• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ରାଜ୍ୟରେ ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭଦ୍ରକ ଜିଲ୍ଲାର। ଏହାକୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ଛୁଇଁଲା। ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଟପିଲା। ଏମାନେ ଧାମନଗର ଓ ତିହିଡ଼ି ଅଞ୍ଚଳର। ଏମାନେ ସମସ୍ତେ ବେଙ୍ଗଲରୁ ଫେରିଥିବା ଜଣାପଡ଼ିଛି।  ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି ।

ସକାଳେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଥିଲା। ଏ ନେଇ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ୍‌ରେ ସୂଚନା ଦିଆଯାଇଛି।

ସୂଚନାଥାଉ କି, ରାଜ୍ୟରେ ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଅଧିକାଂଶ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ତେଣୁ  ସରକାର ନୂଆ ହଟସ୍ପଟ୍ ହୋଇଥିବା ତିନି ଜିଲ୍ଲାରେ ୬୦ ଘଣ୍ଟା ଯାଏଁ ସଟଡାଉନ୍ ଘୋଷଣା କରିଛନ୍ତି।   ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ଗତକାଲି ରାତି ୧୦ଟାରୁ ୨୬ ତାରିଖ ସକାଳ ୧୦ଟା ଯାଏ ସମ୍ପୂର୍ଣ୍ଣ ସଟ୍ ଡାଉନ୍ ଘୋଷଣା କରାଯାଇଛି ।

 

4-new-positives-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories