ପଶ୍ଚିମବଙ୍ଗରେ ସଡ଼କ ଦୁର୍ଘଟଣା; ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ଜଳେଶ୍ୱର (ଅଜିତ ଦାସ): ପଶ୍ଚିମବଙ୍ଗର ଦାନ୍ତୁନ ଥାନା ଅନ୍ତର୍ଗତ ନେକୁରସୁନିଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଚାରି ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ବୋଲି ଜଣାପଡ଼ିଛି।

ଆଜି ଦିନ ସାଢ଼େ ୧୧ଟା ବେଳେ ଏହି ଦୁର୍ଘଟଣା ଘଟି ଥିବା ଜଣାପଡ଼ିଛି। ଏମାନେ ସମସ୍ତେ  କୋଲକାତାକୁ ରୋଷେଇ କରିବାକୁ ଯାଇଥିଲେ। ସେଠାରୁ କାର ଯୋଗେ ଫେରିବା ବେଳେ ନେକୁରସୁନି ନିକଟରେ ହଠାତ ଗାଡ଼ି ଆଗକୁ ଏକ ଗାଈ ଚାଲି ଆସିଥିଲା। ଏହି ସମୟରେ ଗାଈକୁ ବଞ୍ଚାଇବାକୁ ଯାଇ ଆଗରେ ଯାଉଥିବା ଟ୍ରକର ପଛରେ ପିଟିହୋଇଯାଇଥିଲା କାର।  ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ହସ୍ପିଟାଲରେ ଡାକ୍ତର ଆଉ ଜଣଙ୍କୁ ମୃତ ଘୋଷଣା କରିଥିଲେ ।

ଦୁର୍ଘଟଣା ପରେ କାର ଡ୍ରାଇଭର ଓ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

You might also like