ମାଟ୍ରିକ୍‌ ପରୀକ୍ଷା ଦେବାକୁ ଡଙ୍ଗାରେ ଗଲେ ୪୦ ଛାତ୍ରଛାତ୍ରୀ

ପୁରୀ: ମାଟ୍ରିକ୍‌ ପରୀକ୍ଷା ଦେବାକୁ ବିପଦ ସଙ୍କୁଳ ଅବସ୍ଥାରେ ଡଙ୍ଗାରେ ଗଲେ ଛାତ୍ରଛାତ୍ରୀ। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ ଅନ୍ତର୍ଗତ ତାଳଦା ଦ୍ୱୀପାଞ୍ଚଳରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

ଏଡବାଂଶ ଗାଁ ପଢିଆରୀ ବିଦ୍ୟାପୀଠର ୪୦ଜଣ ଛାତ୍ରଛାତ୍ରୀ ଡଙ୍ଗାରେ ନଦୀ ପାର ହୋଇ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିବା ଦେଖିବାକୁ ମିଳିଛି। ମାଟ୍ରିକ୍‌ ପରୀକ୍ଷା ପାଇଁ ସେମାନଙ୍କ ପରୀକ୍ଷା କେନ୍ଦ୍ର ଅସ୍ତରଙ୍ଗ ସୁନ୍ଦର ଗାଁରେ ଥିବା ଏସ୍.ଏନ୍. ବିଦ୍ୟାପୀଠରେ ପଡିଥିଲା।

ଏଡବାଂଶ ଗାଁ ଠୁ ସୁନ୍ଦର ଗାଁ ୧୦କିଲୋମିଟର ଦୂର ହୋଇଥିବାବେଳେ ରାସ୍ତା ନଥିବାରୁ ଛାତ୍ରଛାତ୍ରୀ ଡଙ୍ଗାରେ ଦେବୀ ନଦୀରେ ପାର ହୋଇ ଯିବାକୁ ବାଧ୍ୟ ହୋଇଛନ୍ତି।

ଗତ ୨୦୧୪ ମସିହାରେ ଏହି ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ।  ତେବେ ବର୍ତ୍ତମାନ ସୁଦ୍ଧା ବ୍ରିଜ୍ ନିର୍ମାଣ କାମ ସରିନଥିବାରୁ ଛାତ୍ରଛାତ୍ରୀ ବିପଦ ସଙ୍କୁଳ ଅବସ୍ଥାରେ ପରୀକ୍ଷା ଦେବା ପାଇଁ ଡଙ୍ଗାରେ ଯାତାୟତ କରୁଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like