କାଲିଠୁ ୪୧ ଘଣ୍ଟା ଏହି ଜିଲ୍ଲା ସଟ୍‌ଡାଉନ୍‌

ନବରଙ୍ଗପୁର: ଆସନ୍ତାକାଲିଠୁ ୪୧ ଘଣ୍ଟା ପାଇଁ ନବରଙ୍ଗପୁର ଜିଲ୍ଲାରେ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କାଲି ଦିନ ୧୨ଟାରୁ ୧୭ ତାରିଖ ସକାଳ ୫ଟା ଯାଏ ସମ୍ପୂର୍ଣ୍ଣ ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସଟ୍‌ଡାଉନ୍ ସମୟରେ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସେବା ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ।

ସଟ୍‌ଡାଉନ୍‌ରେ ମେଡିକାଲ୍‌ ସେବା, ସମସ୍ତ ସରକାରୀ ଅଫିସ, ପେଟ୍ରୋଲ ପମ୍ପ, ଏଟିଏମ୍, ବିଦ୍ୟୁତ ସେବା, ଟେଲିକମ୍ ସେବା ସହ ଅନ୍ୟ ଅତ୍ୟାବଶ୍ୟକ ସେବା ବନ୍ଦ ରହିବ ନାହିଁ। ସଟ୍‌ଡାଉନ୍‌ ସମୟରେ ସ୍ୱାସ୍ଥ୍ୟକର୍ମୀ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ।

ନବରଙ୍ଗପୁରରେ ବର୍ତ୍ତମାନ ସୁଦ୍ଧା ୪୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like