କଟକ ସହରରୁ ୪୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରେ ଆଉ ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ ବେହେରାସାହିରୁ ପୁଣି ୧୪ ଜଣ, ପୁରୁଣା

ରାଉସାପାଟଣାରୁ ପୁଣି ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୧୧ ଲୋକାଲ କଣ୍ଟାକ୍ଟ ମଧ୍ୟରୁ ୨ କୋଭିଡ୍ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। କଟକ ସହରରେ ଆକ୍ରାନ୍ତଙ୍କ  ମୋଟ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି।

୪୭୮ ସୁସ୍ଥ ହୋଇଥିବା ବେଳେ ୧୦ ଜଣଙ୍କର ମୃତ୍ୟୁ ହୋଇସାରିଛି ଓ ୪୬୧ ଜଣ ଏବେବି ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପଟେ ଆଜି ରାଜ୍ୟରେ ଦିନକରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୦୯  ରହିଛି। ଏ ନେଇ ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି।
ଗଞ୍ଜାମରୁ ସର୍ବାଧିକ ୩୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହାପଛରେ ଖୋର୍ଦ୍ଧା ରହିଛି। ଖୋର୍ଦ୍ଧାରୁ ୨୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ସେହିଭଳି ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩, ସୁନ୍ଦରଗଡ଼ ଓ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୭ରେ ପହଞ୍ଚିଛି।

You might also like