୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୪,୩୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୭୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଛି।

You might also like