ଅଗଷ୍ଟ ୧ରୁ ଏହି ଜିଲ୍ଲା ସଟ୍‌ଡାଉନ୍‌

ଭଦ୍ରକ: ଭଦ୍ରକ ଜିଲ୍ଲାକୁ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ କରିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଅଗଷ୍ଟ ୧ ତାରିଖ ସକାଳ ୫ରୁ ୩ ତାରିଖ ସକାଳ ୫ ପର୍ଯ୍ୟନ୍ତ ସଟ୍‌ଡାଉନ୍ ନେଇ ଘୋଷଣା ହୋଇଛି।

ସଟ୍‌ଡାଉନ୍ ବେଳେ ସବୁ ଅନୁଷ୍ଠାନ, ସରକାରୀ ଅଫିସ ବନ୍ଦ ରହିବ। ତେବେ ମେଡିକାଲ୍‌, ପେଟ୍ରୋଲ ପମ୍ପ ଓ ATM ଖୋଲା ରହିବ।

କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦୫ରେ ପହଞ୍ଚିଛି। ସେଥିମଧ୍ୟରୁ ୪୭୪ଜଣ ସୁସ୍ଥ ହୋଇଥିବା ବେଳେ ୧୨୫ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ଏମାନଙ୍କର ମୃତ୍ୟୁର କାରଣ କରୋନା ଜନିତ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like