ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ମାମଲାରେ ୫ ଗିରଫ

ଭୁବନେଶ୍ୱର: ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ସିଆଇଡି ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଅଭିଯୁକ୍ତମାନେ ହେଲେ ଦିବ୍ୟଲୋଚନ ଗଜେନ୍ଦ୍ର, ସୀମାଞ୍ଚଳ ବଡ଼ଜେନା, ପପିନ ଦଳସିଂହରାୟ, ଚନ୍ଦ୍ରକାନ୍ତ ପ୍ରଧାନ ଓ ଇସ୍ପାତ ମହାରଣା ଏମାନେ ଖୋର୍ଦ୍ଧା ନିରାକାରପୁର ପୋଲିସ ଷ୍ଟେସନ ଅଞ୍ଚଳର। ଅଧିକ ପଚରାଉଚରା ପାଇଁ ପୁଲିସ୍‌ ଏମାନଙ୍କୁ ରିମାଣ୍ଡରେ ନେଇପାରେ। ଏମାନଙ୍କ ନାଁରେ ପୂର୍ବରୁ ଏକାଧତ୍କ ମାମଲା ରହିଛି। ଦିବ୍ୟଲୋଚନ, ସୀମାଞ୍ଚଳ, ପପିନ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ଅଛି।

ସୂଚନାଯୋଗ୍ୟ,ଗତ ମାସରେ ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ଦୁର୍ବୃତ୍ତ ସ୍କୁଟିରେ ଆସି ତାଙ୍କୁ ଗୁଳି କରିିଥିବା ପ୍ରତ୍ୟକ୍ଷଦର୍ଶୀ କହିଥିଲେ।

ରାଜନୈତିକ ଶତ୍ରୁତା ଯୋଗୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ଥିବା ବିଜେପି ଅଭିଯୋଗ କରିଥିଲା। କିନ୍ତୁ ବିଜେଡି ଏହାକୁ କିନ୍ତୁ ଖଣ୍ଡନ କରିଥିଲା।

You might also like