ପତ୍ନୀ ଓ ପିଲାଙ୍କୁ ବିଷ ଖୁଆଇଦେଲା ବାପା

ମାଲକାନଗିରି: ଜିଲ୍ଲା ମାଥିଲି କାଳିଆ ନାଏକଗୁଡ଼ାରେ ବିଷ ଖାଇ ପରିବାରର ୫ ଜଣ ଅସୁସ୍ଥ ହୋଇଛନ୍ତି। ଗାଁ ଲୋକଙ୍କ ସହାୟତାରେ ସେମାନଙ୍କୁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଅଭିଯୁକ୍ତଙ୍କ ୨ ଝିଅ, ଗୋଟିଏ ପୁଅ, ସ୍ତ୍ରୀ ଓ ଭାଇ ଅଛନ୍ତି।

ଗତକାଲି ରାତିରେ ପରିବାରର ସମସ୍ତେ ଭାତ ଖାଇଥିଲେ। ଏହାର କିଛି ସମୟ ପରେ ସେମାନଙ୍କ ବାନ୍ତି ହୋଇଥିଲା। ସ୍ଥାନୀୟ ଲୋକେ ପହଞ୍ଚି ଆମ୍ବୁଲାନ୍ସ ଡକାଇ ସେମାନଙ୍କୁ ମାଥିଲି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ପରେ ସମସ୍ତେ ସାମାନ୍ୟ ସୁସ୍ଥ ହୋଇଥିବା ବେଳେ ଜଣେ ଝିଅଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

ପରିବାର ଲୋକଙ୍କ କହିବାମୁତାବକ, ଅଭିଯୁକ୍ତଜଣକ ଗତକାଲି ରାତିରେ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ। ଏହାପରେ ସେ ଭାତରେ କିଛି କିଟନାଶକ ମିଶାଇ ଦେଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି। ଏହାର କିଛି ସମୟ ପରେ ସେମାନେ ଭାତ ଖାଇଥିଲେ। ହେଲେ ତା’ ପରେ ପରେ ଅସୁସ୍ଥତା ଅନୁଭବ କରି ସମସ୍ତଙ୍କର ବାନ୍ତି ହୋଇଥିଲା। ଗାଁ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି  ଘଟଣା ପରେ ଅଭିଯୁକ୍ତଜଣକ ଫେରାର ହୋଇଯାଇଥିବା ଜଣାଯାଇଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନାହିଁ।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like