ଆଜି ରାଜ୍ୟରେ ୫ କରୋନା ଆକ୍ରାନ୍ତଙ୍କ ଜୀବନ ଗଲା

ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଥିବା ବେଳେ ରାଜ୍ୟରେ ବି ଜୀବନ ନେଉଛି କରୋନା।  ଦେଶରେ ଆଜି ୫୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ୫ ଜଣଙ୍କର ଜୀବନ ନେଇଛି କରୋନା। ସେଥିମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୪ରେ ପହଞ୍ଚଛି।

ସେହିପରି ଆଜି ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫୫ ରହିଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୧,୯୩୭ ଜଣ ସୁସ୍ଥ ହୋଇଥିବାବେଳେ ୫,୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like