• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରମାବାହାଲ ଛକରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡର ଡେଇଁ ରାସ୍ତାର ଅପରପାର୍ଶ୍ୱରେ ସ୍କର୍ପିଓକୁ ଏକ କାର୍‌ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।  ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ରାଉରକେଲାରେ ୩ ଜଣଙ୍କ ମୃତ୍ୟୁ ହୋଇଛି।

ଏହାସହ କାର୍‌ରେ ଥିବା ୩ ଜଣ ଓ ସ୍କର୍ପିଓରେ ଥିବା ୩ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ରାଉରକେଲା ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇନ୍ତି।

ଦୁର୍ଘଟଣା ସମୟରେ ହାଇୱେରେ କାମ କରୁଥିବା ଶ୍ରମିକଙ୍କ ଉପରେ ଗାଡ଼ି ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ରାଉରକେଲା ପଟୁ ସୁନ୍ଦରଗଡ଼ ଅଭିମୁଖେ ଦ୍ରୁତ ଗତିରେ ଏକ କାର୍‌ ଯାଉଥିଲା। ଏହି ସମୟରେ ଅପର ପାର୍ଶ୍ୱରୁ ଏକ ସ୍କର୍ପିଓ ରାଉରକେଲା ଅଭିମୁଖେ ଯାଉଥିଲା। ଉଭୟ ଗାଡ଼ି ମଝିରେ ଡିଭାଇଡର ଥିବା ସତ୍ତ୍ୱେ  ରମାବହଲ ଛକ ନିକଟରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା।

ସୂଚନାଥାଉ କି, ଗତକାଲି ଟ୍ରକ୍‌ ମାଡ଼ିଯିବାରୁ ସମ୍ବଲପୁରରେ ୪ ଜଣ ଓ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ବୌଦ୍ଧରେ ୨ଜଣଙ୍କ ମୃତ୍ୟୁ ଘଟିଥିଲା।

5-killed-in-a-road-accident-in-rajgangpur
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories