ଡାକ୍ତରଖାନାରୁ ଶେଷ ହେବ ଦଲାଲରାଜ୍‌ !

ଦୁଇ ଦିନ ଚଢଉରେ ୧୪ ଗିରଫ

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ଡାକ୍ତରଖାନାମାନଙ୍କରେ ଦଲାଲମାନଙ୍କର ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଏବେ ଚାଲିଛି ଧରପଗଡ଼। ୨ ଦିନରେ ରାଜ୍ୟର ୩ ମେଡିକାଲରୁ ୧୪ ଦଲାଲ ଗିରଫ କରାଗଲାଣି।  ଗତକାଲି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରୁ ୪ ଦଲାଲଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆଜି ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲରୁ ଏବଂ ବଲାଙ୍ଗିର ମେଡିକାଲ କଲେଜରୁ ୫ ଜଣ ଲେଖାଏଁ ଦଲାଲ ଗିରଫ ହୋଇଛନ୍ତି ।

ଗତକାଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇଛି ପ୍ରଶାସନ।  ଆଜି ସକାଳେ ବୁର୍ଲା ଭିଏସ୍ଏସ୍ ମେଡିକାଲ କଲେଜରେ ଚଢଉ କରି ୫ ଦଲାଲଙ୍କୁ ଗିରଫ କରିଛି ବୁର୍ଲା ପୋଲିସ।  ସେହିପରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରୁ ମଧ୍ୟ ୫ ଦଲାଲ ଗିରଫ ହୋଇଛନ୍ତି ।

ଗତକାଲି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରୁ ୪ ଦଲାଲଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ। ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲକୁ ଦଲାଲମୁକ୍ତ କରିବାକୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ପୋଲିସ ପକ୍ଷରୁ ଏହି ଚଢାଉ କରାଯାଉଛି ।

 

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like