ଆଉ ୫ କରୋନା ପଜିଟିଭ ଚିହ୍ନଟ, ଶହେର ନିକଟତର ହେଲା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ନୂଆ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ନୂଆ ୫ ଆକ୍ରାନ୍ତ ଯାଜପୁର ଜିଲ୍ଲାର। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି। ତେବେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ ଭାବେ କରୋନା ଜିଲ୍ଲା ଯାଜପୁରରେ ହିଁ ବାହାରିଛି। ତେବେ ଏହାର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି କି ନାହିଁ ତାହା ଜଣାପଡ଼ିନାହିଁ। ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଜଣାପଡିନାହିଁ।

ଏଠାରେ ଯାଜପୁର ସମେତ ଭଦ୍ରକ ଓ ବାଲେଶ୍ୱରରେ ୬୦ ଘଣ୍ଟା ପାଇଁ ଜିଲ୍ଲାକୁ ସଟ୍‌ଡାଉନ୍‌ କରାଯାଇଛି।

ସେହିପରି ଆଜି ସୁନ୍ଦରଗଡ଼ ଜିଲ୍ଲାର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଜିଲ୍ଲାରେ ମୋଟ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ୨ ଜଣ ଓ ଆଜି ଜଣେ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟର ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ଆଉ ୫୯ ଜଣ ଚିକିତ୍ସାଧୀନ ଅଛନ୍ତି।

 

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like