ଓଡ଼ିଶାରେ କରୋନା ନେଲା ଆଉ ୫ ଜୀବନ
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୩ ଜଣ, କନ୍ଧମାଳ ଓ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ୧,୦୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୦୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୫୭ ରହିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬,୩୮୬ ଜଣ ଚିକିତ୍ସାଧୀନ ଥିବାବେଳେ ୧୩,୩୧୦ ଜଣ ସୁସ୍ଥ ହୋଇଛନ୍ତି। ୧୦୮ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।