ଯାଜପୁରରୁ ଆଉ ୫ ପଜିଟିଭ୍‌

ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ଯାଜପୁରର ଓ ଏମାନେ କୋଲକାତାରୁ ଫେରିଥିବା ସୂଚନା ମିଳିଛି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଛୁଇଁଛି।

୫ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ, ୨ ଜଣ ମହିଳା ଅଛନ୍ତି। ୩ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୮, ୫୬ ଓ ୬୩ ବର୍ଷ। ୨ ଜଣ ମହିଳାଙ୍କ ବୟସ ୨୪ ଓ ୬୦ ବର୍ଷ। ମହିଳା ଦ୍ୱୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟିନ୍‌ରେ ଥିଲେ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଥିବା ବେଳେ ୯୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like