ଓଡ଼ିଶାରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।

ସେହିପରି କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।

You might also like