ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁଲ୍‌ଗାମ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଶୁକ୍ରବାର ବିଳମ୍ବିତ ରାତିରୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଥିଲା। ତେବେ ଆଜି ସକାଳେ ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆଉ ୨ଜଣ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳଥିଲା। ଲୁଚି ରହିଥିବା ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ୍‌ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଆଉ ୨ଜଣ ଆତଙ୍କବାଦୀ ନିହତ ହୋଇଥିଲେ।

ଏହି ଏନ୍‌କାଉଣ୍ଟର ପାଇଁ ବାରମୁଲ୍ଲା ଓ କ୍ୱାଜିଗନ୍ଦ୍‌ ମଧ୍ୟରେ ଟ୍ରେନ୍‌ ଚଳାଚଳ ବନ୍ଦ ରହିବା ସହ ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା।

ଚୌଗାମ୍‌ରେ ଏକ ଘରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ।

 

You might also like