ଛୁରି ଦେଖାଇ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଧର୍ମଗଡ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଛୁରି ଦେଖାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ  ଘଟଣା ସାମ୍ନାକୁ ଆସିଥିଲା।

ଜୁନାଗଡ଼-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଜାରିଙ୍ଗ ଜଙ୍ଗଲରେ ଏହି ଘଟଣା ଘଟିଥିବା ନେଇ ପୀଡ଼ିତା ଜଣକ ଜୁନାଗଡ଼ ଥାନାରେ ଏତଲା ଦେଇଛନ୍ତି। ଗତ ୧୪ ତାରିଖରେ ଏହି ଘଟଣା ଘଟିଥିବା ସେ କହିଛନ୍ତି।

ଅଭିଯୋଗ ଅନୁସାରେ, ଯୁବତୀ ଜଣକ ଭବାନୀପାଟଣାରୁ ନିଜ ଘରକୁ ଅପରାହ୍ନ ୨ଟାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ସହ ଫେରୁଥିବାବେଳେ ୫ରୁ ୬ ଜଣ ଯୁବକ ଛୁରି ଦେଖାଇ ଜାରିଙ୍ଗ ଜଙ୍ଗଲରେ ସମ୍ପୃକ୍ତ ଯୁବତୀଙ୍କ ସହ ଗଣଦୁଷ୍କର୍ମ କରିଥିଲେ।

ଅନ୍ୟପକ୍ଷରେ, ଏହି ଘଟଣାରେ ପୁଲିସ୍‌ ଘଟଣାସ୍ଥଳକୁ ଯାଇ ଖୋଳତାଡ଼ କରିଛି। ଘଟଣାରେ ସମ୍ପୃକ୍ତ ଯୌନ ପିପାସୁଙ୍କ ସୁରାଗ୍ ପାଇଛି କଳାହାଣ୍ଡି ପୁଲିସ୍‌। ତାସହ ପୀଡ଼ିତାଙ୍କ ସହ ଥିବା ଯୁବକଙ୍କୁ ଚିହ୍ନଟ କରି ଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳକୁ ତାଙ୍କୁ ନେଇ ସରଜମିନ୍ ତଦନ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

You might also like