କଟକରୁ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ

କଟକ:  କଟକ ସହରରୁ ଆଜି ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୧ ପଜିଟିଭ୍‌ଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କଣ୍ଟା କେସ୍ ରହିଛି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଆଜିର ପଜିଟିଭ୍‌ଙ୍କ ମଧ୍ୟରୁ ସେକ୍ ବଜାରରୁ ଆଉ ୭ କରୋନା ଚିହ୍ନଟ ହୋଇଛନ୍ତି। ସେହପରି ପୁରୁଣା ରାଉସାପାଟଣାରୁ ୬, ଦେଉଳସାହି ଶିବାଜୀନଗରରୁ ୬, ତେଲେଙ୍ଗାବଜାରରୁ ୩, ଶଙ୍କରପୁରରୁ ୨ ଓ କୋରପୋଖରୀରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନ୍ୟପଟେ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ହୋଇଥିବା ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ସେହିଭି ଆଜି ରାଜ୍ୟରେ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଖୋର୍ଦ୍ଧାରୁ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି।

 

You might also like