ଓଡ଼ିଶାରେ ଆଉ ୫୨୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ ଚିହ୍ନଟ ହେଲେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

corona

corona

corona

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୭୦୩ଜଣ ସୁସ୍ଥ ହୋଇଥିବାବେଳେ ୩,୮୬୦ଜଣ ଚିକିତ୍ସାଧୀନ ଅଛନ୍ତି।

You might also like