ପଶ୍ଚିମବଙ୍ଗରୁ ଫେରିଥିବା ‘ଅମ୍ପନ୍‌’ ଉଦ୍ଧାରକାରୀ ଦଳର ଆଉ ୫୪ଜଣଙ୍କୁ କରୋନା

ଭୁବନେଶ୍ୱର: ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ଼ିଶା ଅଗ୍ନିଶମ ବାହିନୀର ଆଉ ୫୪ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ ଚିହ୍ନଟ ନୂଆ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହି ୫୪ଜଣ କର୍ମଚାରୀ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନେ ସମସ୍ତେ ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ।

ଏହା ପୂର୍ବରୁ କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେହିପରି ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।

ସୂଚନାଯୋଗ୍ୟ, ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ଼ିଶା ଅଗ୍ନିଶମ ବାହିନୀର କର୍ମଚାରୀମାନେ ପଶ୍ଚିମବଙ୍ଗ ଯାଇଥିଲେ। ସେଠାରୁ ସେମାନେ ଓଡ଼ିଶା ଫେରିବା ପରେ କ୍ୱାରେଣ୍ଟିନ୍‌ରେ ରଖାଯାଇଥିଲା।

ଆହୁରି ମଧ୍ୟ ପଢ଼ନ୍ତୁ: କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like