ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୪୧ କରୋନା ଆକ୍ରାନ୍ତ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ କ୍ୱାରେଣ୍ଟାଇନ୍‌ରୁ ଓ ୩୨୧ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନଗମ(ବିଏମ୍‌ସି)। ଏହାଛଡ଼ା ୩୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଏକ ଘରୋଇ ହସ୍ପିଟାଲର ୨୩ କର୍ମଚାରୀ ଅଛନ୍ତି। ସେହିପରି ୧୬ ପୁଲିସ କର୍ମଚାରୀ ମଧ୍ୟ କରୋନାରେ ଅକ୍ରାନ୍ତ ହୋଇଛନ୍ତି। ଭୀମପୁର କେଳାସାହିରୁ ୧୧, ପଟିଆରୁ ୧୧, ଶୈଳଶ୍ରୀ ବିହାରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୧୨୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିତରୁ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୨୮୨ ଜଣ ଏବେ ବିଭିନ୍ନ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like