୫୭୧ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରୁ ସର୍ବାଧିକ ୨୭୩

ଭୁବନେଶ୍ୱର:  ରାଜ୍ୟରେ ଆଜି ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୧ ମଧ୍ୟରୁ ୪୦୩ କ୍ୱାରେଣ୍ଟିନ ସେଣ୍ଟରର ଓ ୧୬୮ ଲୋକାଲ୍ କେସ୍‌ ଥିବା ଜଣାଯାଇଛି। ଗଞ୍ଜାମରୁ ସର୍ବାଧିକ ୨୭୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ ଏଯାବତ୍ ପଜିଟିଭ୍ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା  କରୋନା ସଂକ୍ରମଣରୁ ସୁସ୍ଥ ହେଲେଣି ୬୪୮୬। ବର୍ତ୍ତମାନ ଆକ୍ଟିଭ କେସ୍ ୩୫୫୭ ଥିବା ଜଣଯାଇଛି।

 

 

ଆଜି ଚିହ୍ନଟ ହୋଇଥିବା ୫୭୧ ଜଣ ଆକ୍ରାନ୍ତ ୨୧ଟି ଜିଲ୍ଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୩ ଜଣ ଅଛନ୍ତି । ସେହିପରି ଗଜପତିରୁ ୫୬, ସୁନ୍ଦରଗଡ଼ରୁ ୫୧, ଖୋର୍ଦ୍ଧାରୁ ୩୭ ଚିହ୍ନଟ ହୋଇଛନ୍ତି କଟକରୁ ୨୯, ବାଲେଶ୍ୱରରୁ ୨୮, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬, ମୟୂରଭଞ୍ଜରୁ ୧୪, ରାୟଗଡ଼ାରୁ ୧୦, କେନ୍ଦୁଝର ଓ ନବରଙ୍ଗପୁରରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଛନ୍ତି ବଲାଙ୍ଗିରରୁ ୫, ଅନୁଗୁଳ ଓ ପୁରୀରୁ ୪ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି କେନ୍ଦ୍ରାପଡ଼ାରୁ ୩ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି।  ଝାରସୁଗୁଡ଼ା, ନୟାଗଡ଼, ଭଦ୍ରକ, ଢେଙ୍କାନାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ଜଣାଇଛି ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like