ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୫ ଓ ଖୋର୍ଦ୍ଧା ଜିଲ୍ଲାର ଜଣେ ଅଛନ୍ତି।
ସୂଚନାଥାଉ କି, ଓଡ଼ିଶାରେ ୧,୨୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧, ୦୯୯କୁ ଛୁଇଁଥିବାବେଳେ ୧୩୭୫୦ ସୁସ୍ଥ ହୋଇ ଫେରିଛନ୍ତି। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ୍ ଅଛି ୭୨୦୪।
Regret to inform the demise of Six Covid positive patients while under treatment in hospitals.
1. A 41-year old male of Ganjam district who was also suffering from Hypertension
2. An 86-year old female of Khordha district who was also suffering from Diabetes and Hypertension.
— H & FW Dept Odisha (@HFWOdisha) July 23, 2020
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭,୨୦୪ ଜଣ ଚିକିତ୍ସାଧୀନ ଥିବାବେଳେ ୧୩,୭୫୦ ଜଣ ସୁସ୍ଥ ହୋଇଛନ୍ତି। ୧୧୪ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।