ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗଜପତି ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭କୁ ବୃଦ୍ଧି ପାଇଛି।

 

ଅନ୍ୟପକ୍ଷରେ, ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫,୫୩୨ ଜଣ ଚିକିତ୍ସାଧୀନ ଥିବାବେଳେ ୧୨,୪୫୩ ଜଣ ସୁସ୍ଥ ହୋଇଛନ୍ତି। ୯୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

 

You might also like