ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ, ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ଜଣେ ଓ କଟକରୁ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି।

ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୬ଜଣ ଚିକିତ୍ସାଧୀନ ଥିବାବେଳେ ୮,୭୫୦ ଜଣ ସୁସ୍ଥ ହୋଇଛନ୍ତି। ୭୦ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like