୨୪ ଘଣ୍ଟାରେ ଆଖି ବୁଜିଲେ ଓଡ଼ିଶାରେ ଆଉ ୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଭଦ୍ରକରୁ ଜଣେ, ଗଜପତିରୁ ଜଣେ ଓ ରାୟଗଡ଼ାରୁ ଜଣଙ୍କର ମୃତ୍ୟୁ ହୋଇଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ୧,୫୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮,୧୪୭ ଜଣ ଚିକିତ୍ସାଧୀନ ଥିବାବେଳେ ୧୪,୩୯୩ ଜଣ ସୁସ୍ଥ ହୋଇଛନ୍ତି। ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ କରୋନା ସ୍ଥିତି ସାଂଘାତିକ: ଦିନକରେ ଚିହ୍ନଟ ହେଲେ ୧,୫୯୪ ନୂଆ ପଜିଟିଭ୍‌

You might also like