SCBରୁ ପୁଣି ୬ କରୋନା ପଜିଟିଭ୍ ଚିହ୍ନଟ
କଟକ: କଟକ SCB ମେଡିକାଲ୍ରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। SCB ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାଧ୍ୟମରେ ଅନ୍ୟ ବିଭାଗରୁ ଅନ୍ୟ ୩ ଜଣ ଚିହ୍ନଟ ହୋଇଛନ୍ତି।
ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ସିଏମ୍ସି ଅଞ୍ଚଳରୁ ମଧ୍ୟ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ଜଣେ ହୋମ୍ କ୍ୱାରେଣ୍ଟିନ୍ ଓ ଆଉ ଏକ ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।