ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ମଧ୍ୟରୁ ଡୁମ୍‌ଡୁମା(ଫେଜ୍‌-୧) ଅଞ୍ଚଳରୁ ଜଣେ, ଆଇଆର୍‌ସି ଭିଲେଜ୍(ନୟାପଲ୍ଲୀ)ଅଞ୍ଚଳରୁ ଜଣେ ଓ ବାପୁଜୀନଗର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ଟ୍ରାଭେଲ୍‌ ହିଷ୍ଟ୍ରୀ ରହିଛି।

ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ମଧ୍ୟରେ ଟଙ୍କପାଣି ରୋଡ୍ ଅଞ୍ଚଳରେ ରହୁଥିବା ଜଣେ ଘରୋଇ ହସ୍ପିଟାଲ୍‌ର କର୍ମଚାରୀ, ରାଜାରାଣୀ ମନ୍ଦିର ନିକଟରୁ ଜଣେ, ଫରେଷ୍ଟ ପାର୍କ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଆଜି ଭୁବନେଶ୍ୱରରେ ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୬୫ଜଣ ସୁସ୍ଥ ହୋଇଥିବାବେଳେ ୧୨୨ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like