ଭୁବନେଶ୍ୱରରେ ୬୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୦ କ୍ୱାରେଣ୍ଟିନ କେନ୍ଦ୍ରରୁ, ୨୦ ଲୋକାଲ୍ କେସ୍ ରହିଥିବା ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

ଏହି ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ଭୀମଟାଙ୍ଗି, ଜାଗମରା, ବମିଖାଲରୁ ଜଣେ ଲେଖାଏଁ ଲୋକାଲ୍ କେସ୍ ଚିହ୍ନଟ ହୋଇଛି। ନୟାପଲ୍ଲୀ ଆଇଆର୍‌ସି ଭିଲେଜ, ସାଲିଆ ସାହିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ସମ୍ ହସ୍ପିଟାଲ ନିକଟ ଶ୍ୟାମପୁର, ଘାଟିକିଆରୁ ଜଣେ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସେହିପରି ନୟାପଲ୍ଲୀ ବେହେରା ସାହି, ସାଲିଆ ସାହି ଶ୍ରୀରାମ ନଗରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ରୀୟ ସରକାରୀ ହସ୍ପିଟାଲର ଜଣେ ପୁରୁଷ କର୍ମଚାରୀ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ପଟିଆ ରେଲୱେ ଷ୍ଟେସନ ନିକଟରୁ ଜଣେ ଟ୍ୟାକ୍ସି ଡ୍ରାଇଭର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଆଚାର୍ଯ୍ୟ ବିହାର ବିଶେଶ୍ୱର ବସ୍ତି, ଜୟଦେବ ବିହାରରୁ ୨ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ,ସାଲିଆ ସାହି ନିରଙ୍କରୀ ନଗରରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏକ ସରକାରୀ ହସ୍ପିଟାଲରେ ୩ ଜଣ ପୁରୁଷ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧୯କୁ ବୃଦ୍ଧି ପାଇଛି। ସେହିଭଳି ୪୦୩ ସୁସ୍ଥ ହୋଇଥିବା ବେଳେ ୧୧ ମୃତ ଓ ୫୦୪ ଏବେ ବି ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପଟେ ଓଡ଼ିଶାରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୪୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୭୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like