ଭିମ୍ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ
ସମ୍ବଲପୁର: ବୁର୍ଲା ଭିମ୍ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଜଣ ଡାକ୍ତର ଓ ୪ ଜଣ ନର୍ସ କରୋନା ସଂକ୍ରମିତ ହୋଇଛନ୍ତି। ହସ୍ପିଟାଲ୍ର ୭ କର୍ମଚାରୀ ପଜିଟିଭ୍ ଜଣାପଡ଼ିବା ପରେ ହସ୍ପିଟାଲ୍କୁ ସାନିଟାଇଜ୍ କରାଯାଇଥିବା ନିର୍ଦ୍ଦେଶକ ପ୍ରଫେସର ଡା. ଲଳିତ ମେହେର ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ(ଭିମ୍ସାର୍)ର ସମସ୍ତ ବିଭାଗର ଓପିଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।