ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

ଆଠଗଡ଼: ଯାତ୍ରୀବାହୀ ବସ୍ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା। କଟକ ଜିଲ୍ଲା ଆଠଗଡ଼ର ଖୁଣ୍ଟୁଣୀ ବଜାରରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ପାଞ୍ଚ ଜଣ ଆହତଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ବସ୍‌ଟି ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଆଜି ଭୋର୍ ସମୟରେ ଏହି ଦୁର୍ଘଟଣା ଘଟିଥିଲା।

You might also like