ଓଡ଼ିଶାରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ଜଣ, କଟକରୁ ଜଣେ, ଭୁବନେଶ୍ୱରରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଓ ମାଲକାନଗିରିରୁ ଜଣେ ଆକ୍ରାନ୍ତ ଅଛନ୍ତି।

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

You might also like