ଓଡ଼ିଶାରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର, ବଲାଙ୍ଗିର, କଟକ, ଗଞ୍ଜାମ, ଖୋର୍ଦ୍ଧା, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୩୮ ହୋଇଛି।

୨୪ ଘଣ୍ଟାରେ ଓଡ଼ିଶାରେ ୩,୫୪୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

You might also like