ହୋଟେଲ୍‌ରେ ନିଆଁ ଲାଗି ୭ ଗୁରୁତର

ରାଉରକେଲା: ରାଉରକେଲାର ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟି ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପାନପୋଷ ଛକ ସ୍ଥିତ ପଞ୍ଚମ ହୋଟେଲରେ ଆଜି ସକାଳେ ଏହି ଅଗ୍ନିକାଣ୍ଡ ଘଟିଛି। ପ୍ରଥମେ ଆହତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲ୍‌କୁ ଅଣାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଛି।

ଗ୍ୟାସ୍‌ ସିଲିଣ୍ଡର କିମ୍ବା ଗ୍ୟାସ୍‌ ପାଇପ୍‌ରୁ ଗ୍ୟାସ୍‌ ଲିକେଜ୍‌ ହୋଇ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନା ଅନୁସାରେ, ହୋଟେଲ୍‌ର ରୋଷେଇ ଘରେ ରୋଷେଇ କାର୍ଯ୍ୟ ଚାଲିଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପରେ ନିଆଁ ସାରା ହୋଟେଲ୍‌କୁ ବ୍ୟାପି ଯାଇଥିଲା।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like