ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ୨,୮୫୬ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରେ ଜଗତସିଂହପୁରରୁ ୨ଜଣ, ଖୋର୍ଦ୍ଧାରୁ ୧୮ଜଣ, କୋରାପୁଟରୁ ୨ଜଣ, ଯାଜପୁରରୁ ୭ଜଣ, କେନ୍ଦୁଝର ଓ ଗଞ୍ଜାମରୁ ଜଣେ ଲେଖାଏ, ନୟାଗଡ଼ରୁ ୪ଜଣ, କଟକରୁ ୫ଜଣ, ଅନୁଗୁଳ ଓ ଢେଙ୍କାନାଳରୁ ୨ଜଣ, ବଲାଙ୍ଗିରରୁ ୫ଜଣ, ସୁନ୍ଦରଗଡ଼ରୁ ୧୮ଜଣ, ପୁରୀ ଓ ନୂଆପଡ଼ାରୁ ଜଣେ ଲେଖାଏ, ସୋନପୁର ଓ କେନ୍ଦ୍ରାପଡ଼ାରୁ ୩ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୨୯ଜଣ ଚିକିତ୍ସାଧୀନ ଥିବାବେଳେ ୧,୭୧୬ଜଣ ସୁସ୍ଥ ହୋଇଛନ୍ତି। ତେବେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like