• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ବାରିପଦା (ମାଣିକଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ମାଣିଦା କନ୍ୟାଶ୍ରମରେ ପଢ଼ିଥିବା ଜଣେ ଅଷ୍ଟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଝିଆ ମୃତ୍ୟୁ ପାଇଁ ପରିବାର ଲୋକେ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ଏହାସହ ସ୍କୁଲର ପ୍ରଧାନଶିକ୍ଷକ ବ୍ଲକ ସମ୍ପ୍ରସାରଣ ଅଧିକାରୀ ଓ ଜିଲ୍ଲା ମଙ୍ଗଳ ଅଧିକାରୀ ଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ କନ୍ୟାଶ୍ରମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବାରିପଦା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏନେଇ ପରିବାର ଲୋକଙ୍କୁ ଖବର ଦିଆଯିବା ପରେ ଆଜି ସେମାନେ ସ୍କୁଲ୍‌ରେ ପହଞ୍ଚି ଥିଲେ। ଏଡାସହ କିଛି ଅଭିଭାବକମାନେ ମଧ୍ୟ ତାଙ୍କ ସହ ସ୍କୁଲରେ ପହଞ୍ଚି ଥିଲେ। ମୃତ ଛାତ୍ରୀଙ୍କ ପରିବାର ଲୋକେ ଓ ଅନ୍ୟ ଅଭିଭାବକମାନେ ସ୍କୁଲ ପରିସରରେ ପାଟିତୁଣ୍ଡ କରିବା ସହ ଘଟଣା ପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟୀ କରିଛନ୍ତି।

ତେବେ ଘଟଣାକୁ ନେଇ ପ୍ରଧାନ ଶିକ୍ଷକ କିମ୍ବା ଅନ୍ୟ ସରକାରୀ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

8-class-student-dead-in-kanyashram
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories