ଘାତକ ହେଲା ବଜ୍ରାଘାତ; ଗଲା ୮ ଜୀବନ

ଭୁବନେଶ୍ୱର: ପୁଣି ଘାତକ ହେଲା ବଜ୍ରାଘାତ। ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୮ ଜଣଙ୍କ ଜୀବନ ଯାଇଛି। ଗଜପତି ମୋହନାରେ ଜଣେ, ନବରଙ୍ଗପୁର ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ, କେନ୍ଦ୍ରାପଡ଼ା ମହାକାଳପଡ଼ା, ଜଗତସିଂହପୁର ବାଲିକୁଦା ବ୍ଲକରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିଭଳି ଢେଙ୍କାନାଳରେ ୨ ଜଣ ମହିଳା ଓ କଟକ ଟାଙ୍ଗୀ ବ୍ଲକରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସେପଟେ ଆସନ୍ତା ୧୦ ବା ୧୧ ତାରିଖରେ ଓଡ଼ିଶା ଛୁଇଁପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ମୌସୁମୀ ପାଇଁ ଅନୁକୂଳ ପାଗ ସୃଷ୍ଟି ହୋଇଥିବା ସେ କହିଛନ୍ତି।

୨ ଦିନ ଭିତରେ ମୌସୁମୀ ବାୟୁ ଦେଶର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ପହଞ୍ଚିବାର ଅଛି। ତା ପରେ ପରେ ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ବିଶ୍ୱାସ କହିଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରାୟ ସବୁ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ସର୍ବାଧିକ ୮୧ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like