ଭୟଙ୍କର ଆକ୍ସିଡେଣ୍ଟ; ବସ୍‌ ଓଲଟି ଚାଲିଗଲା ୮ ଜୀବନ

ସୁକମା: ଆନ୍ଧ୍ରପ୍ରଦେଶ-ଛତିଶଗଡ଼ ସୀମାରେ ଆଜି ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ବସ୍‌ରେ ଥିବା ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବୃଦ୍ଧି ପାଇବାର ଆଶଙ୍କା ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ପୂର୍ବ ଗୋଦାବରୀ ଜିଲ୍ଲା ଅନ୍ତର୍ଗତ ମାରେଡୁମିଲ୍ଲି ଓ ଚିଣ୍ଟୁର ଅଞ୍ଚଳ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଟୁରିଷ୍ଟ ବସ୍‌ଟିର ବେଗ ଅଧିକ ଥିବାରୁ ଏହା ରାସ୍ତା ଉପରେ ହିଁ ଓଲଟି ପଡ଼ିଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

You might also like