ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚିଛି।

ଗଞ୍ଜାମରୁ ଆଜି ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ୪ ଜଣ ଯାକ ପୁରୁଷ ଓ ସେମାନଙ୍କର ବୟସ ଯଥାକ୍ରମେ   ୮୧, ୪୯, ୭୩ ଓ ୪୫ ବର୍ଷ।

ସେହିପରି  ନୟାଗଡ଼, ଗଜପତି, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।  ନୟାଗଡ଼ର ୮୨ ବର୍ଷୀୟ ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସୁନ୍ଦରଗଡ଼ର ୫୨ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହପରି ଗଜପତିର ଜଣେ ୫୮ ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି।

 

ଅନ୍ୟପକ୍ଷରେ, ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

You might also like