ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୪୬ ହୋଇଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୮୧୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ଦିନକରେ ୩୦ ଜିଲ୍ଲାରୁ ୩,୮୧୦ ପଜିଟିଭ୍‌ ଚିହ୍ନଟ

You might also like