୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୨,୮୯୮ କରୋନା ଆକ୍ରାନ୍ତ, ଆଖି ବୁଜିଲେ ୮
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ୪, କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ ଛୁଇଁଛି। ଅନ୍ୟପକ୍ଷରେ ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୪୭୮ କରୋନା ଟେଷ୍ଟ ହୋଇଥିବା […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମ ଜିଲ୍ଲାରୁ ୪, କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ ଛୁଇଁଛି।
ଅନ୍ୟପକ୍ଷରେ ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୪୭୮ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।