ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ହେଲେ‌ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ‌ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୁସ୍ଥ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୪ଜଣ, ଭଦ୍ରକରୁ ୨ଜଣ, ବାଲେଶ୍ୱର ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୁସ୍ଥ ହୋଇଥିବା ଏହି ୮ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାବତ୍‌ ୧୬୬ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।

ସୂଚନାଥାଉ କି, ଗତକାଲି ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏମାନେ ସମସ୍ତେ ଯାଜପୁର ଜିଲ୍ଲାର।

You might also like