ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହେଲେ ୮୩ କରୋନା ରୋଗୀ

ସୁନ୍ଦରଗଡ: ଆଜି  ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୮୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଅଛନ୍ତି ୭ ଜଣ କୋଭିଡ ଯୋଦ୍ଧା।  ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଟିଏମସିରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି ।

ଆକ୍ରାନ୍ତଙ୍କ ମଧ୍ୟରୁ ୨୩  ଜଣ ଅନ୍ୟ ରାଜ୍ୟରୁ ରାଉରକେଲାକୁ ଫେରିଥିଲେ।  ୨୨ଜଣ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ୩ଜଣ ହୋମ କ୍ୱାରେଣ୍ଟିରେ ଥିଲେ। ଏମାନଙ୍କ ମଧ୍ୟରେ ଜଣେ ଗର୍ଭବତୀ ମହିଳା ମଧ୍ୟ ଅଛନ୍ତି।  ଏହି ୩ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବା ସୂଚନା ମିଳିଛି ।

ସୂଚନା ଥାଉ କି, ରାଜ୍ୟରେ ଆଜି ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିଲେ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି।

ଆହୁରି ପଢ଼ନ୍ତୁ

You might also like