ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୩୦୦ ଟପିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରୁ ୪ଜଣ, ରାୟଗଡ଼ାରୁ୨ଜଣ, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।