ଦିନକରେ ଓଡ଼ିଶାରେ ୯ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୫ଜଣ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚିଛି।

ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

You might also like