ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ। ଏହି କୁମ୍ଭୀରଟିର ଲମ୍ବ ପାଖାପାଖି ୫ ଫୁଟ ହେବ ବୋଲି ଅନୁମାନ କରାଯାଉଛି।

କୁମ୍ଭୀରଟି ବହୁ ସମୟ ଧରି ନଦୀ କୂଳରେ ରହିଥିଲା। ପରେ ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା। ତେବେ କୁମ୍ଭୀରକୁ କାବୁ କରାନଯିବା ପର୍ଯ୍ୟନ୍ତ ସ୍ଥାନୀୟ ଲୋକେ ନଦୀ କୂଳକୁ ନ ଯିବା ପାଇଁ କୁହାଯାଇଛି।

ଏ ନେଇ ବନବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଇଛି। କୁମ୍ଭୀରକୁ କାବୁ କରିବାକୁ ବନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଥିବା ଯାଜପୁର ରୋଡ଼ ରେଞ୍ଜର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like