ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର
ଭୁବନେଶ୍ୱର: କୋଭିଡ୍ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର। ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭,୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ। ସମ୍ପର୍କୀୟଙ୍କୁ ଭତ୍ତା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶନାମା […]
ଭୁବନେଶ୍ୱର: କୋଭିଡ୍ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର।
ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭,୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ।
ସମ୍ପର୍କୀୟଙ୍କୁ ଭତ୍ତା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶନାମା ଜାରି କରିଛନ୍ତି।