ଓଲଟିଲା ଯାତ୍ରୀବାହୀ ବସ୍‌

ମୋହନା: ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୧୨ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୪୦ ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି ରାୟଗଡ଼ାରୁ କଟକ ଯାଉଥିବାବେଳେ ଖ୍ରୀଷ୍ଟପୁର ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ର ସାମ୍ନା ପଟୁ ଏକ ଟ୍ରକ୍‌ ଚାଲି ଆସିବାରୁ ଦୁର୍ଘଟଣାରୁ ବର୍ତ୍ତିବା ଲାଗି ବସ୍‌ ଡ୍ରାଇଭର ଚେଷ୍ଟା କରିଥିଲେ। ତେବେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଖବର ପାଇ ଅଡ଼ବା ପୁଲିସ୍‌ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ।

You might also like