ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ି ହେଲା- ମାଲକାନଗିରି, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ ଓ ନୟାଗଡ଼। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।

ସୂଚନାଥାଉ କି, ଗତ ଦୁଇ ସପ୍ତାହ ଧରି ରାଜ୍ୟରେ ଆବଶ୍ୟକ ମୁତାବକ ବର୍ଷା ହୋଇନି। ବର୍ଷା ଦିନରେ ବି ସାରା ଓଡ଼ିଶାରେ ପାଗ ଶୁଖିଲା ରହିଥିବା ଦେଖିବାକୁ ମିଳିଛି। ଫଳରେ ବର୍ଷା ଅଭାବରୁ ପରିସ୍ଥିତି ଜଟିଳ ହୋଇଥିବା ଜଣାପଡ଼ିଛି।

You might also like